ରଥ ଉପରେ ଅଳଙ୍କାରରେ ସଜ୍ଜିତ ହେଲେ ଶ୍ରୀଜିଉ : ସୁନାବେଶ ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼

Jul 6, 2025 - 20:34
 0  6
ରଥ ଉପରେ ଅଳଙ୍କାରରେ ସଜ୍ଜିତ ହେଲେ ଶ୍ରୀଜିଉ : ସୁନାବେଶ ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼

କନ୍ଧମାଳ, (ଫାଷ୍ଟ ନ୍ୟୁଜ ଓଡିଶା): କନ୍ଧମାଳ ଜିଲା ବାଲିଗୁଡାରେ ରବିବାର ସୁନାବେଶରେ ଝଲସିଛନ୍ତି ମହାବାହୁ। ଏହି ଅପରୂପ ଦୃଶ୍ୟ ଦେଖିବାକୁ ରବିବାର ସନ୍ଧ୍ୟାରେ ରଥ ନିକଟରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି।ଆଷାଢ଼ ଶୁକ୍ଲ ଏକାଦଶୀ ତିଥିରେ ଆଜି ରଥ ଉପରେ ମହାପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରାଙ୍କୁ ସୁନାବେଶ କରାଯାଇଥିଲା। ଦାରୁବ୍ରହ୍ମଙ୍କ ବେଶ ମଧ୍ୟରେ ସୁନାବେଶ ସବୁଠାରୁ ଅଧିକ ମନ ମୁଗ୍ଧକର ହୋଇପାରି ଥିଲା। । ରଥ ଉପରେ ସନ୍ଧ୍ୟା ଆଳତି ନୀତି ସମ୍ପନ୍ନ ହେବା ପରେ ପ୍ରଭୁଙ୍କୁ ସୁନାବେଶ କରାଯାଇଥିଲା। ଲଘୁଚାପ ଜନିତ ଲଗାଣ ବର୍ଷା ବାଧକ ସାଜିଥିବା ବେଳେ ରଥ ଚତୁଃପାର୍ଶ୍ବରେ ପରିକ୍ରମା କରି ଶହ ଶହ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରିବାର ସୁଯୋଗ ପାଇଥିଲେ। ଆଇନ ଶୃଙ୍ଖଳା ପରିସ୍ଥିତି କୁ ଦୃଷ୍ଟି ରେ ରଖି ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାମେନ୍ଦ୍ର ପ୍ରସାଦ ଙ୍କ ନିର୍ଦେଶ କ୍ରମେ ଥାନା ଅଧିକାରୀ ସମ୍ବିତ କୁମାର ସ୍ୱାଇଁ ଙ୍କ ନେତୃତ୍ୱ ରେ ସମଗ୍ର ଅଞ୍ଚଳରେ କଡା କଡ଼ି ପାଟ୍ରୋଲିଂ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା l ଶ୍ରୀ ଜଗନ୍ନାଥ ମନ୍ଦିର ଟ୍ରଷ୍ଟର ଟି. ଶ୍ରୀନିବାସ ରାଓ, ମଧୁସୂଦନ ଦାସ, ଲୋକନାଥ ପାଢ଼ୀ ଙ୍କ ସମେତ ସମସ୍ତ ସଦସ୍ୟ ଏବଂ ଅଞ୍ଚଳର ପର୍ଶୁରାମ ବାହିନୀ, ବ୍ରାହ୍ମଣ ସମିତି, ବିଭିନ୍ନ ଯୁବକ ସଂଘ, ମହିଳା ସଂଘ, ସ୍ବେଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତା ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫାଷ୍ଟ ନ୍ୟୁଜ ଓଡିଶା l

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ