ରାଇଘରଠାରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ
ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୧୭.୧୧.୨୦୨୫ ରିଖ: ନବରଙ୍ଗପୁର ଜିଲ୍ଲାର ରାଇଘର ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ଉପ ଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର ,ବ୍ଲକ ଅଧ୍ୟକ୍ଷ ଗୁପ୍ତ ପ୍ରସାଦ ଝଙ୍କର,ଏସ ଡି ପି ଓ ଉମରକୋଟ ଶୁଭେନ୍ଦୁ ଶବର, ବି ଡି ଓ ,ରାଇଘର ରିତୁ ସିଂ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୩୧ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୨୦ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ୫ ଟି ଅଭିଯୋଗର ସମାଧାନ ତତକ୍ଷଣାତ କରାଯାଇଥିଲା ! ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟଙ୍ଗ ମାନଙ୍କୁ ୮ ଟି ହୁଇଲ ଚେୟାର ଏବଂ ୩ ଟି ଟ୍ରାଇସାଇକଲ ପ୍ରଦାନ କରାଯାଇଥିଲା !
ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?
Like
0
Dislike
0
Love
0
Funny
0
Angry
0
Sad
0
Wow
0