ରାଇଘରଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

Feb 9, 2026 - 17:56
 0  21
ରାଇଘରଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୦୯.୦୨.୨୦୨୬ ରିଖ: ନବରଙ୍ଗପୁର ଜିଲ୍ଲାର ରାଇଘର ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ବି ଡି ଓ ରିତୁ ସିଂଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୪୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୨୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟାଙ୍ଗ ମାନଙ୍କୁ ୧୮ଟି ହୁଇଲ ଚେୟାର ପ୍ରଦାନ କରାଯାଇଥିଲା ! ୮ଜଣ ବିଭିନ୍ନ କାରଣରୁ ଅଙ୍ଗହୀନ ହୋଇଥିବା ଦିବ୍ୟାଙ୍ଗ ଙ୍କୁ କୃତିମ ଅଙ୍ଗ ପ୍ରଦାନ ନିମନ୍ତେ ମଞ୍ଜୁରୀ କରାଯାଇଥିଲା ! ସେଭଳି ବିଭିନ୍ନ କାରଣରୁ ଆହତ ଏବଂ ଅକ୍ଷମ ୧୩ଜଣ ରୋଗୀଙ୍କୁ ଉତ୍ତମ ଶାରୀରିକ ଚିକିତ୍ସା ନିମନ୍ତେ ଉନ୍ନତ ପୁନର୍ବାସ କେନ୍ଦ୍ର ରେ ଯନ୍ତ୍ରଣା ଉପଶମ ଓ ଚିକିତ୍ସା ପାଇଁ ପଦକ୍ଷେପ ନିଆଗଲା !

ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ