।। ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ବାରିପଦା ବ୍ଲକ ସ୍ତରୀୟ କୁଇଜ ପ୍ରତିଯୋଗିତା ।।

Aug 29, 2024 - 20:33
 0  24
।। ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ  ବାରିପଦା ବ୍ଲକ ସ୍ତରୀୟ କୁଇଜ ପ୍ରତିଯୋଗିତା ।।

ବାରିପଦା - ତା :- ୨୭/୦୮/୨୦୨୪ ରିଖ ପାଲବଣୀ ସ୍ଥିତ ଲେଡି ହେମିଲଟନ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଆନୁକୂଲ୍ୟରେ ବାରିପଦା ବ୍ଲକ ସ୍ତରୀୟ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି I ଗୋଷ୍ଠୀ ଶିକ୍ଷା ଅଧିକାରୀ ନଳିନୀକାନ୍ତ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ଦୀପ୍ତି ନାୟକ, ସମ୍ମାନିତ ଅତିଥି ଭାବେ ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଦର୍ଶନ ପଣ୍ଡା, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ତପସ୍ୱିନୀ ଦାଶ ଓ ବ୍ରଜ ମୋହନ ମୁର୍ମୁ ପ୍ରମୁଖ ଯୋଗ ଦେଇ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ I ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ମୀନା ରାଣୀ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ I ଏହି ପ୍ରତିଯୋଗିତାରେ ପ୍ରାଥମିକ ସ୍ତରରୁ ୬୧ ଓ ଉଚ୍ଚ ପ୍ରାଥମିକ ସ୍ତରରୁ ୮୮ ଜଣ ଅଂଶ ଗ୍ରହଣ କରିଥିଲେ I ସବ ଜୁନିୟର (ପ୍ରାଥମିକ) ବିଭାଗରେ ଭାଗବତ ଚନ୍ଦ୍ର ପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭୂମିକା କାଲିଆ ପ୍ରଥମ, ପୂର୍ଣ୍ଣଚନ୍ଦ୍ର ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସାଇ ସମ୍ଭବ ରାଉତ ଦ୍ଵିତୀୟ ଓ କୁଣ୍ଢେଇ କରଞ୍ଜିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅନୁଶ୍ରୀ ବେହେରା ତୃତୀୟ ସ୍ଥାନ ଅଧିକାର କରିଥିବାବେଳେ ଜୁନିୟର (ଉଚ୍ଚ ପ୍ରାଥମିକ) ବିଭାଗରେ ଏମ କେ ସି ଉଚ୍ଚ ବିଦ୍ୟାଳୟର ନୈତିକ ଦାସ ପ୍ରଥମ, ପୋଲିସ ଉଚ୍ଚ ବିଦ୍ୟାଳୟର ଅଂଶୁମାନ ପଣ୍ଡା ଦ୍ଵିତୀୟ ଓ ଶରତ ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟର ସାଇ ଶୁଭମ ବରାଜ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛନ୍ତି I ସମସ୍ତଙ୍କୁ ପ୍ରତ୍ସାହନ ରାଶି ସହ ପ୍ରମାଣ ପତ୍ର ଓ ଟ୍ରଫି ପ୍ରଦାନ କରାଯାଇଛି I ଉଦଯାପନୀ ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ମୁଖ୍ୟ ଅତିଥି ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ବାରିକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ପୁରସ୍କାର ପ୍ରଦାନ କରିଥିଲେ I ଗୌତମ ଦାସ ମଞ୍ଚ ପରିଚାଳନା କରିଥିଲେ I

ମୟୂରଭଞ୍ଜ, ବାରିପଦାରୁ -ଗୌର ଦାସଗିରିଙ୍କ ରିପୋର୍ଟ ଫାଷ୍ଟ ନ୍ୟୁଜ ଓଡ଼ିଶା

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ