।। ଲୋକନୃତ୍ୟ କଳାକାରଙ୍କ ଏକ ଦିନିଆ ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ।।

Jan 13, 2024 - 17:26
 0  76
।। ଲୋକନୃତ୍ୟ କଳାକାରଙ୍କ ଏକ ଦିନିଆ ତାଲିମ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ    ।।

ରାୟଗଡା/୧୩/୦୧ : କଳାକାରଙ୍କୁ ଦିଆଯାଉଛି ତାଲିମ | ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ ପାରମ୍ପରିକ ଲୋକକଳା ମାଧ୍ୟମରେ ଗାଁ ଗାଁରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଜିଲ୍ଲାର ବ୍ଲକ କଳା ସାଂସ୍କୃତିକ ସଂଗଠନର କଳାକାର ମାନଙ୍କୁ ଆଜି ଏକ ଦିନିଆ ତାଲିମ ପ୍ରଦାନ କରାଯଇଛି | ଜିଲ୍ଲା ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ରାୟଗଡା ଜିଲ୍ଲା ପ୍ରଶାସନର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଏବଂ ଜିଲ୍ଲା ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ସୂଚନା ଶିକ୍ଷା ଓ ଯୋଗାଯୋଗ ଉପକ୍ରମରେ ଲୋକକଳାର ପ୍ରୟୋଗକୁ ନେଇ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ସାଧନ ସଭ୍ୟଙ୍କ ପ୍ରଶିକ୍ଷଣ ଶିବିରରେ ଅନୁଷ୍ଠିତ l କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ଚନ୍ଦ୍ର ରଇତ, ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ | ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମନୋଜ କୁମାର ପ୍ରଧାନ, ପର୍ଯ୍ୟଟନ ଅଧିକାରୀ ଭଗବାନ ଖରା, କ୍ରୀଡା ଅଧିକାରୀ ଶେଖ ଅଲେନୁର, ମମତା ଯୋଜନାରେ ଜିତେନ୍ଦ୍ରିୟ ମହାପାତ୍ର, ସଂସାଧନ ସଭ୍ୟ ତଥା ଦକ୍ଷିଣ ଓଡିଶା ନୋଡାଲ ଅଧିକାରୀ ଗୁପ୍ତ ପ୍ରସାଦ ପାଣିଗ୍ରାହୀ, ଜିଲ୍ଲା କଲାଶଂସ୍କୃତି ସଂଘର ଉପ ସଭାପତି ସନ୍ତୋଷ କୁମାର ବଚ୍ଛା, ବ୍ଲକ ଉପସଭାପତି ସନ୍ତୋଷ କୁମାର ତାଣ୍ଡି ମିଶନ ଶକ୍ତିର, ଶିକ୍ଷା ବିଭାଗର ଦୀପକ କୁମାର ବେହେରା, ବିପିସି ମିଶନ ଶକ୍ତି ରାଜୀବ ପାଢ଼ୀ,ଅତିରିକ୍ତ ପ୍ରକଳ୍ପ ନିର୍ଦେଶକ ଅଜାତ ଶତ୍ରୁ ରାଉତ, ପ୍ରମୁଖ ମଞ୍ଚlସିନ ହୋଇଥିବା ବେଳେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ତଥା ଭାରପ୍ରାପ୍ତ ଜିଲ୍ଲା ସଂସ୍କୃତି ଅଧିକାରୀ ବସନ୍ତ ପ୍ରଧାନ, ତାଲିମ ପ୍ରଦାନ ବିଷୟରେ ଆଲୋକପାତ କରିଥିଲେ ଓ ପରିଚାଳନା କରିଥିବା ବେଳେ ପ୍ରଯୋଜକ ପୀତବାସ ବିଶ୍ୱାଳ ସଂଯୋଜନା କରିଥିଲେ | ରାଜ୍ୟ ସରକାର ଙ୍କ ପ୍ରଗତିମୂଳକ କାର୍ଯ୍ୟକ୍ରମ ଓ ଅନ୍ୟାନ୍ୟ ଯୋଜନା ସମ୍ପର୍କରେ ମୁଖ୍ୟତଃ ସରକାରଙ୍କ ମମତା ଯୋଜନା, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା,ଫସଲ ବୀମା ଯୋଜନା, କୃଷି ଋଣ ସୁଧ, ମଧୁବାବୁ ପେନସନ ଯୋଜନା, ଆମ ଓଡିଶା ନବୀନ ଓଡିଶା, ମିଶନ ଶକ୍ତି ,5ଟି ସ୍କୁଲ ରୂପାନ୍ତୀକରଣ, କ୍ରୀଡା, ହରିଶ୍ଚନ୍ଦ୍ର ଯୋଜନା, ଓଡିଶା ଆଦର୍ଶ ବିଦ୍ୟାଳୟ, ଆମ ହସ୍ପିଟାଲ, ଜନଜାତି ଉନ୍ନୟନ ପରିଷଦ, ଆମ ଅତିହ, ଆମ ବ୍ୟାଙ୍କ ଓ ଲକ୍ଷ୍ମୀ ବସ ଆଦି ୧୫ଟି ଯୋଜନା ସମ୍ପର୍କ ରେ ବିଷଦ ବିବରଣୀ ପ୍ରଦାନ କରାଯାଇଥିଲା | ବ୍ଲକ ସ୍ତରରେ ପୁଣି ଦୁଇ ପର୍ଯ୍ୟୟରେ ତାଲିମ କାର୍ଯ୍ୟକ୍ରମ ଆୟୋଜନ କରାଯିବ l ଏହି ଶିବିରରେ ବିକେଏସଏସର ସାଧନ ସଭ୍ୟମାନେ ପ୍ରଶିକ୍ଷଣ ନେଇ ନିଜ ସଂଘର ଅନ୍ୟ ସଭ୍ୟମାନଙ୍କୁ ତାଲିମ ଦେବେ | ଆସନ୍ତା ଜାନୁୟାରୀ ୨୫ ତାରିଖରୁ ଯାଏଁ ତାଲିମ ପ୍ରାପ୍ତ କଳାକାର ମାନେ ଗାଁ ଗାଁ ରେ ଲୋକଙ୍କୁ ଲୋକ କଳା ମାଧ୍ୟମରେ ସଚେତନ କରିବେ ବୋଲି ଜଣାଯାଇଛି ।

 ମୁନିଗୁଡ଼ା ରୁ ସଞ୍ଜୟ କୁମାର ନାଗ ଙ୍କ ରିପୋର୍ଟ କୋରାପୁଟ ପ୍ରଥମ ଖବର

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ