ଶିମିଳିପାଳରୁ ଯାଇ ଝାଡ଼ଖଣ୍ଡରେ ବୁଲୁଛି ବାଘୁଣୀ ‘ଜିନ୍ନତ’

Dec 9, 2024 - 19:53
 0  8
ଶିମିଳିପାଳରୁ ଯାଇ ଝାଡ଼ଖଣ୍ଡରେ ବୁଲୁଛି ବାଘୁଣୀ ‘ଜିନ୍ନତ’

ମହାରାଷ୍ଟ୍ର ତଡ଼ବା-ଅନ୍ଧାରୀ ଜାତୀୟ ବ୍ୟାଘ୍ର ଅଭୟାରଣ୍ୟରୁ ଶିମିଳିପାଳ ଅଭୟାରଣ୍ୟକୁ ଆସିଥିବା ମହାବଳ ବାଘୁଣୀ ଜିନ୍ନତ ଝାଡ଼ଖଣ୍ଡରେ ପହଞ୍ଚିଛି। ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଡ଼ଃ ପ୍ରକାଶ ଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ରବିବାର ରାତିରେ ଜିନ୍ନତ ବାଙ୍ଗିରିପୋଷି ରେଞ୍ଜ ଅଧିନ ଯୋକା ଅଞ୍ଚଳ ଦେଇ ଓଡିଶା ସୀମା ପାର କରି ଝାଡ଼ଖଣ୍ଡରେ ପ୍ରବେଶ କରିଛି । ତେବେ ଅନୁଧ୍ୟାନକାରୀ ଟିମ ଜିନ୍ନତକୁ ପୁଣି ଶିମିଳିପାଳକୁ ଫେରାଇ ଆଣିବା ପାଇଁ ତା ପଛେ ପଛେ ରହିଛନ୍ତି। ଝାଡ଼ଖଣ୍ଡ ବନ ବିଭାଗ ସହିତ ଏ ସମ୍ପର୍କରେ ଆଲୋଚନା କରାଯାଇଛି। ଖୁବଶୀଘ୍ର ଜିନ୍ନତକୁ ଫେରାଇ ଅଣାଯିବ। ସୂଚନା ଥାଉ କି, ବାଘୁଣୀ ଜିନ୍ନତ (ଟି୧୬୩ ଏସ୧ଏଫ) ବୟସ ୩ବର୍ଷ ଅଟେ। ମହାବଳ ବାଘର ବଂଶ ବୃଦ୍ଧି ଲକ୍ଷ୍ୟରେ ମହାରାଷ୍ଟ୍ରରୁ ଗତ ନଭେମ୍ବର ୧୪ ତାରିଖରେ ଶିମିଳିପାଳ ଅଭୟାରଣ୍ୟକୁ ଆସିଥିବା ବେଳେ ନଭେମ୍ବର ୧୫ ସକାଳେ ଚହଲା ନିକଟସ୍ଥ ଏକ ସଫ୍ଟ ଏନକ୍ଲୋଜରରେ ଜିନ୍ନତକୁ ଛଡାଯାଇଥିଲା। ସଫ୍ଟ ଏନକ୍ଲୋଜର ମଧ୍ୟରେ ବାଘୁଣୀ ୩ଟି ବାରାହା ଶିକାର କରିବା ପରେ ସୁସ୍ଥ ଥିବାରୁ ନଭେମ୍ବର ୨୪ ରାତିରେ ଜଙ୍ଗଲରେ ଛଡାଯାଇଥିଲା। ଟ୍ରାପ ଚିପ୍‌ ଲଗାଇ ଶିମିଳିପାଳ ଅଭୟାରଣ୍ୟ କୋର ଜଙ୍ଗଲରେ ବାଘୁଣୀ ଜିନ୍ନତ ବିଚରଣ କରୁଥିବା ବେଳେ ଗତିବିଧି ଓ ସ୍ଵାସ୍ଥ୍ୟବସ୍ଥା ୨୪ଘଣ୍ଟିଆ ବନ ବିଭାଗ ଟିମ ଅନୁଧ୍ୟାନ କରୁଛନ୍ତି। ତେବେ ଶିମିଳିପାଳ ଅଭୟାରଣ୍ୟରେ ବିଚରଣ କରି ଝାଡ଼ଖଣ୍ଡରେ ମହାବଳ ବାଘୁଣୀ ପହଞ୍ଚିଛି।

ମୟୂରଭଞ୍ଜ ବାରିପଦା ରୁ ଗୌର ଦାସଗିରି

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ