।। ଶିଶୁ ଦିବସ ଉପଲକ୍ଷେ ସାଇପ୍ରିୟା ୱେଲଫର ଟ୍ରଷ୍ଟ ତରଫରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ।।

Nov 6, 2023 - 06:08
 0  59
।। ଶିଶୁ ଦିବସ ଉପଲକ୍ଷେ ସାଇପ୍ରିୟା ୱେଲଫର ଟ୍ରଷ୍ଟ ତରଫରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ।।

ରାୟଗଡ଼ ଜିଲ୍ଲା ନ୍ୟିୟୁଜ୍: ରାୟଗଡ଼ା ଜିଲ୍ଲା ସ୍ଥାନୀୟ ସାଇପ୍ରିୟା ନଗର ଠାରେ ଥିବା ସାଇପ୍ରିୟା ୱେଲଫର ଟ୍ରଷ୍ଟ ତରଫରୁ ଟ୍ରଷ୍ଟର ସମ୍ମିଳନୀ କକ୍ଷରେ ସାଇପ୍ରିୟା ନଗରରେ ବାସ କରୁଥିବା ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶିଶୁ ଦିବସ ଉପଲକ୍ଷେ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ସାଇପ୍ରିୟା ୱେଲଫର ଟ୍ରଷ୍ଟର ସମ୍ପାଦକ ଶ୍ରୀ ଦୟାନନ୍ଦ ଖାଡାଙ୍ଗାଙ୍କ ଅଧ୍ୟକ୍ଷତାରେ ମୂଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀ ଜୟଦେବ ସିଠ ଯୋଗଦେଇଥିଲେ । ଏହି ଅବସରରେ ଉପସ୍ଥିତ ବିଭିନ୍ନ ବିଦ୍ୟାଳୟର ପ୍ରାୟ ୨୦ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଶିଶୁର ଅଧିକାର ଓ ଦେଶର ଭବିଷ୍ୟତ ବିଷୟବସ୍ତୁକୁ ନେ଼ଇ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା । ଏଥିରେ ଛାତ୍ରୀ ସୁଚିତା ହିଆଁଲ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଶୁଭମ ଦେହୁରୀ ଦ୍ଵିତୀୟ ସ୍ଥାନ ଅଧିକାର କରିଥିଲେ ଏବଂ ଦୀକ୍ଷିତା ଭଲ୍ଲୀ ତୃତୀୟ ସ୍ଥାନ ଅଧିକାର କରିଥିଲେ । ଉକ୍ତ ପ୍ରତିଯୋଗିତାରେ ଯୋଗ ଦେଇଥିବା ସମସ୍ତ ପ୍ରତିଯୋଗୀଙ୍କୁ ମୂଖ୍ୟ ଅତିଥି ସମ୍ମାନିତ କରିଥିଲେ ।ଏହି ଅବସରରେ ସାଇପ୍ରିୟା ୱେଲଫର ଟ୍ରଷ୍ଟର ମହିଳା ସଭ୍ୟା ମହାଶ୍ୱେତା ପାଣିଗ୍ରାହୀ ଓ ସଂନ୍ତୋଷ ପଣ୍ଡା,ଗୀତା ରାଣୀ ମିଶ୍ର ଓ ଭକ୍ତବଲଭ ପଟ୍ଟନାୟକ ଯୋଗଦେଇ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ।

ମୁନିଗୁଡ଼ା ରୁ ସଞ୍ଜୟ କୁମାର ନାଗ ଙ୍କ ରିପୋର୍ଟ କୋରାପୁଟ ୧ମ ଖବର

What's Your Reaction?

Like Like 1
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ