ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନାଥ ଏବଂ ଏକକ ପିତାମାତା ଶିଶୁ ଙ୍କ ଥଇଥାନ ପାଇଁ ରଣନୀତି ପ୍ରସ୍ତୁତି

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୨୨/ ୧୨/୨୦୨୪: ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଆଜି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ! ଏହି ଉଦ୍ଦେଶ୍ୟରେ ଜିଲ୍ଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ ଦିଗରେ କାର୍ଯ୍ୟ କରୁ ଥିବା ଚାରିଟି କମିଟି ଯଥା ଜିଲ୍ଲା ସ୍ତରୀୟ ଶିଶୁ ସୁରକ୍ଷା କମିଟି,କିଶୋରୀ ସଶକ୍ତିକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ ,ଶିଶୁ ଶ୍ରମିକ ନିରାକରଣ ଏବଂ ଚାଇଲ୍ଡ ଲାଇନ ପରାମର୍ଶଦାତା କମିଟିର ମିଳିତ ବୈଠକ ଆଜି ଜିଲ୍ଲାପାଳ ଡଃ ଶୁଭଙ୍କର ମହାପାତ୍ରଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି ! ଏହି ମିଳିତ ବୈଠକ ରେ ଜିଲ୍ଲାପାଳ ଡଃ ମହାପାତ୍ର ଅଧ୍ୟକ୍ଷତା କରି ଜିଲ୍ଲାରେ ଥିବା ସମସ୍ତ ଅନାଥ ଶିଶୁ ଓ ଏକକ ମାତା ପିତା ଥିବା ଶିଶୁ ମାନଙ୍କର ଥଇଥାନ ପାଇଁ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ! ଆସନ୍ତା ୩ ମାସ ମଧ୍ୟରେ ଜିଲ୍ଲାର ୧୦ ଗୋଟି ବ୍ଲକ ରେ ଶିଶୁ ମଙ୍ଗଳ କମିଟି ର କ୍ୟାମ୍ପ କୋର୍ଟ କରାଯାଇ ସମସ୍ତ ଅନାଥ ଶିଶୁ ଓ ଏକକ ମାତା ପିତା ଥିବା ଶିଶୁ ମାନଙ୍କୁ ବିଧିବଦ୍ଧ ଭାବରେ ଉପସ୍ଥିତ କରାଇବା ଓ ଜିଲ୍ଲାରେ ସମସ୍ତ ଅଙ୍ଗନବାଡି ସ୍ତରରେ ଦାଦନ ଶ୍ରମିକ ମାନଙ୍କର ତଥ୍ୟ ରଖିବା ପାଇଁ ନିଷ୍ପତ୍ତି ନିଆ ଯାଇଛି ! ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ ବୈଠକ ପ୍ରାରମ୍ଭରେ ଜିଲ୍ଲା ର ସମସ୍ତ ବ୍ଲକ ଓ ୧୯୮ ଟି ଗ୍ରାମ ପଞ୍ଚାୟତ ଗୁଡିକରେ ଶିଶୁ ସୁରକ୍ଷା କମିଟି ଓ ବାଲ୍ୟ ବିବାହ ଟାସ୍କ ଫୋର୍ସ ଗଠନ ହୋଇଥିବାର ସୂଚନା ଦେଇ ଥିଲେ ! ପରେ ଜିଲ୍ଲା ସମାଜ କଲ୍ଯାଣ ଅଧିକାରୀ ଦ୍ରୌପଦୀ କହଁର ନିଜର ବକ୍ତବ୍ୟ ରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି, ଜିଲ୍ଲା ସମାଜ କଲ୍ଯାଣ ବିଭାଗ , ୟୁନିସେଫ ଓ ଆକ୍ସନଏଡ ସଂସ୍ଥା ର ମିଳିତ ପ୍ରୟାସ ରେ ଏକ ଯୋଜନା ବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତି କରାଯାଇ ଗ୍ରାମ ଓ ବିଦ୍ୟାଳୟ ଗୁଡିକରେ ସଚେତନତା କାର୍ଯ୍ୟକ୍ରମ ଚାଲୁଥିବାର ସୂଚନା ଦେଇଥିଲେ ! ପରେ ପରେ ଆକ୍ସନଏଡ ସଂସ୍ଥା ର ଜିଲ୍ଲା ପରାମର୍ଶ ଦାତା ଫକିର ଚରଣ ରାଉତ ଶିଶୁ ମାନଙ୍କର ସୁରକ୍ଷା ଓ ବାଲ୍ୟ ବିବାହ ର ସମ୍ପୂର୍ଣ ସମାପ୍ତ ଉଦ୍ଦେଶ୍ୟରେ ଜିଲ୍ଲାରେ ନିଆଯାଇ ଥିବା ବିଭିନ୍ନ ପଦକ୍ଷପ ଓ ଆଗାମୀ ଦିନର କାର୍ଯ୍ୟକ୍ରମ ଉପରେ ବୈଠକରେ ଉପସ୍ଥାପନା କରିଥିଲେ ! ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ୍ନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ , ଉପଜିଲ୍ଲାପାଳ ପ୍ରକାଶ ପ୍ରକାଶ ଚନ୍ଦ୍ର ମିଶ୍ର ,ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡା ସନ୍ତୋଷ କୁମାର ପଣ୍ଡା,ଜିଲ୍ଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ,ଅତିରିକ୍ତ ଆରକ୍ଷୀ ଅଧିକାରୀ ଉଲ୍ଲାସ ମାଝୀ,ଜିଲ୍ଲା ଶ୍ରମ ଅଧିକାରୀ ଛୋଟରାୟ ଟୁଡୁ, ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଆନନ୍ଦ ଚନ୍ଦ୍ର ପଲାଇ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ କୁମାର ବେହେରା, ଜିଲ୍ଲା ଶିଶୁମଙ୍ଗଳ ସମିତିର ଅଧକ୍ଷା ଅଜନ୍ତା ଶୁଭଦର୍ଶନି, ଜିଲ୍ଲା ର ସମସ୍ତ ବିଡିଓ ଏବଂ ସିଡିପିଓ ତଥାବାଲ୍ୟ ବିବାହ ଅଧିକାରୀ , ଚାଇଲ୍ଡ ଲାଇନ ଜିଲ୍ଲା କର୍ମକର୍ତ୍ତା ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ଜିଲ୍ଲାରେ ଅନାଥ ଶିଶୁ ଓ ଏକକ ମାତା ପିତା ଥିବା ଶିଶୁ ମାନଙ୍କୁ ଥଇଥାନ ଏବଂ ବାଲ୍ୟ ବିବାହ ର ସମାପ୍ତ ଦିଗରେ ନିଜର ମତାମତ ପ୍ରଦାନ କରିଥିଲେ ! ଶେଷରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ !
ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?






