ସରକାରୀ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ହଷ୍ଟେଲ ଛାତ୍ରଛାତ୍ରୀ ଙ୍କ ପ୍ରତି ନିର୍ଯ୍ୟାତନା ଅଭିଯୋଗ

Jun 28, 2025 - 21:53
 0  12
ସରକାରୀ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ହଷ୍ଟେଲ ଛାତ୍ରଛାତ୍ରୀ ଙ୍କ ପ୍ରତି ନିର୍ଯ୍ୟାତନା ଅଭିଯୋଗ

କନ୍ଧମାଳ, (ଫାଷ୍ଟ ନ୍ୟୁଜ ଓଡିଶା): ଆଦିବାସୀ ଅଧ୍ୟୁଷିତ ଏହି କନ୍ଧମାଳ ଜିଲାରେ ଆଦିବାସୀ ସମ୍ପ୍ରଦାୟର ଛାତ୍ରଛାତ୍ରୀ ଙ୍କ ପାଇଁ ଜିଲ୍ଲା ମଙ୍ଗଳ ବିଭାଗ ଦ୍ୱାରା ପରିଚାଳିତ ବାଲିଗୁଡା ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ପକ୍ଷରୁ ଛାତ୍ରାବାସରେ ମାଗଣାରେ ରହିବା ଖାଇବା, ପାଠ୍ୟ ପୁସ୍ତକ, ପୋଷାକ ଆଦି ଯୋଗାଇ ଦିଆଯାଉଛି ହେଲେ ଦୈନିକ ଚଳଣି ପାଇଁ ଛାତ୍ରଛାତ୍ରୀ ମାନେ ବାଲଟି, ମଗ, ଟ୍ରେ ଓ ଅନ୍ୟାନ୍ୟ ଚଳଣି ଜିନିଷ ନିଜ ନିଜ ଟ୍ରଙ୍କରେ ରଖିଥାନ୍ତି । ଏନେଇ ଆଦିବାସୀ ସମ୍ପ୍ରଦାୟର ଛାତ୍ରଛାତ୍ରୀ ଙ୍କୁ ନିର୍ଯ୍ୟାତନା ଦିଆଯାଉଥିବା ଅଭିଯୋଗ ହୋଇଛି। ଜଣେ ଗରିବ ଲୋକର ପାଠ ପଢିବା ପାଇଁ ଆବଶ୍ୟକ ପାଠ୍ୟ ପୁସ୍ତକ, ପୋଷାକ କିଣିବା ସମ୍ଭବ ହେଉନଥିବା ବେଳେ ତା’ର ପୁଅ ଝିଅଙ୍କୁ ପଢାଇବା ପାଇଁ ସରକାରଙ୍କ ଉପରେ ନିର୍ଭର କରିଥାଏ, କିନ୍ତୁ ଅନେକ ସମୟରେ ଅଭିଭାବକ ଠାରୁ ଦୂରରେ ରହୁଥିବା ଛାତ୍ରୀଛାତ୍ର ମାନେ କେତେବେଳେ ସହପାଠୀ ତ ଆଉ କେତେବେଳେ ନିଜ ଗୁରୁଙ୍କ ଦ୍ୱାରା ନିଯ୍ୟାତନା ପାଉଥିବା ଦେଖିବାକୁ ମିଳେ। ହେଲେ ଏବେ ଏଭଳି ଏକ ଘଟଣା କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି l ଖରାଛୁଟିରେ ଛାତ୍ରାବାସ ମରାମତି କରାଯିବା ବେଳେ ଠିକାଦାର ଜଣକ ଛାତ୍ରାବାସରେ ଛୁଟିରେ ଯାଇଥିବା ଛାତ୍ରୀଛାତ୍ରଙ୍କ ପୋଷାକ, ପାଠ୍ୟ ପୁସ୍ତକ, ବ୍ୟବହାର ସାମଗ୍ରୀ ଖାତା, ପେନ, ପେନସିଲ, ଖାଇବାକୁ ରଖିଥିବା ଟ୍ରେ, ଗ୍ଲାସ ଆଦିକୁ ଫିଙ୍ଗି ନଷ୍ଟ କରିଦେଇଛନ୍ତି, ଯାହାକି ବିଦ୍ୟାଳୟ ଖୋଲିବା ପରେ ଛାତ୍ରଛାତ୍ରୀ ମାନେ ଆସି ପହଞ୍ଚି ଦେଖିଲା ବେଳେ ତାଙ୍କ ଟ୍ରଙ୍କ ସମେତ ସମସ୍ତ ସାମଗ୍ରୀ ଫିଙ୍ଗି ନଷ୍ଟ କରିଦିଆଯାଇଛି। ଏବେ ଛାତ୍ରଛାତ୍ରୀ ମାନେ ତାଙ୍କ ସାମଗ୍ରୀ ଖୋଜୁଥିବା ବେଳେ ମିଳୁନାହିଁ। ସେମାନେ ମନ ଦୁଃଖ ରେ କାନ୍ଦିବା ସହ ତାଙ୍କ ଅଭିଭାବକ ମାନଙ୍କୁ ପୁଣି ସମସ୍ତ ସାମଗ୍ରୀ କିଣିଦେବାକୁ କହିବା ବେଳେ ଅଭିଭାବକଙ୍କ ନିକଟରେ ଅର୍ଥର ଅଭାବ ଯୋଗୁଁ ଅନେକ ସମସ୍ୟା ଦେଖାଯାଉଥିବା ଜଣେ ଭ୍ରମରବାଡ଼ି ଅଞ୍ଚଳର ଅଭିଭାବକ ଅଭିଯୋଗ କରିଛନ୍ତି। ଏନେଇ ଦାୟିତ୍ୱରେ ଥିବା ପ୍ରଧାନ ଶିକ୍ଷକଙ୍କୁ ଫୋନ ଯୋଗେ ଯୋଗାଯୋଗ କରାଯାଇଥିଲା, ହେଲେ ତାଙ୍କ ଫୋନ ସୁଇଚ ଅଫ ରହିଥିବାରୁ ଯୋଗାଯୋଗ ହୋଇପାରିନାହିଁ। ଶୁକ୍ରବାର ରଥଯାତ୍ରା ଏବଂ ଶନିବାର ଓ ରବିବାର ରହିଥିବାରୁ କୌଣସି ଶିକ୍ଷକ ଉପସ୍ଥିତ ନଥିବା ଅଭିଭାବକ ସୁଦର୍ଶନ ପ୍ରଧାନ ଅଭିଯୋଗ କରିଛନ୍ତି। ତାଙ୍କ ପୁଅ ସପ୍ତମ ପାସ କରି ଅଷ୍ଟମରେ ଏବେ ପଢିବେ କିନ୍ତୁ ତାଙ୍କର ସାମଗ୍ରୀ ଗୁଡିକ ଫିଙ୍ଗି ଦିଆଯାଇଥିବା ଅଭିଭାବକ ମାନେ ଅଭିଯୋଗ କରିଛନ୍ତି। ତେବେ କେବଳ ସୁଦର୍ଶନଙ୍କ ପୁଅ ନୁହଁ ଉକ୍ତ ଶ୍ରେଣୀର ସମସ୍ତ ଛାତ୍ରାବାସ ଛାତ୍ରଙ୍କ ସମଦଶା ଘଟିଛି ବୋଲି ଏକ ଗୁରୁତର ଅଭିଯୋଗ ହୋଇଛି।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫାଷ୍ଟ ନ୍ୟୁଜ ଓଡିଶା l

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ