ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନ ର ବାର୍ଷିକ କ୍ରୀଡା ଉତ୍ସବ

Jan 18, 2026 - 23:51
 0  1
ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନ ର ବାର୍ଷିକ କ୍ରୀଡା ଉତ୍ସବ

କନ୍ଧମାଳ, (ଫାଷ୍ଟ ନ୍ୟୁଜ ଓଡିଶା): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନ ର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠାନ ପରିସରରେ କ୍ରୀଡା ଶିକ୍ଷକ ପ୍ରଦୀପ କୁମାର ପ୍ରଧାନଙ୍କ ନେତୃତ୍ୱରେ ପାଳିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନର ଅଧ୍ୟାପକ ଅମୁଲ୍ୟ ପ୍ରଧାନ, ସମ୍ମାନିତ ଅତିଥି ଭାବେ ସରକାରୀ ମାଧ୍ୟମିକ ଶିକ୍ଷକ ଶିକ୍ଷାନୁଷ୍ଠାନର ଅଧ୍ୟାପକ ଅଭିଷେକ ପ୍ରଧାନ ଯୋଗଦେଇ କ୍ରୀଡା ପତାକା ଉତ୍ତୋଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏହି ଉପଲକ୍ଷେ ଆୟୋଜିତ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଅନୁଷ୍ଠାନ ର ଦ୍ୱିତୀୟ ବର୍ଷ ର ଛାତ୍ର କେଶବ ଦିଗାଳ ଓ ଅଭିଜିତ ପୃଷ୍ଟି ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l ଶେଷରେ ଅନୁଷ୍ଠାନ ର ଭାରପ୍ରାପ୍ତ ଅଧ୍ୟକ୍ଷ ମିହିର କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିଲେ l

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫାଷ୍ଟ ନ୍ୟୁଜ ଓଡିଶା l

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ