ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ୩୭ ତମ ବାର୍ଷିକୋତ୍ସବ

Jan 13, 2026 - 20:39
 0  2
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ୩୭ ତମ ବାର୍ଷିକୋତ୍ସବ

କନ୍ଧମାଳ, (ଫାଷ୍ଟ ନ୍ୟୁଜ ଓଡିଶା) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ୩୭ ତମ ଉତ୍ସବ ବାର୍ଷିକୋତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟା ମନ୍ଦିର ର ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ସାମୁହିକ ବନ୍ଦେ ମାତରମ ସହ ସ୍ୱାଗତ ସଙ୍ଗୀତ ପରିବେଷଣ ପରେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିଚାଳନା କମିଟି ର ସଭାପତି ତଥା ଆଇନଜୀବୀ ସୁଧାଂଶୁ ମୋହନ ପତି ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ , ମୁଖ୍ୟବକ୍ତା ଭାବେ ସ୍ଥାନୀୟ ଆଇ ଟି ଡି ଏ ର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ସମ୍ମାନିତ ଅତିଥି ଭାବେ ବାଲିଗୁଡା ବନଖଣ୍ଡ ଅଧିକାରୀ ଘନଶ୍ୟାମ ମହାନ୍ତ, କନ୍ଧମାଳ ଭାଜପା ର ପୂର୍ବତନ ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ବିଜେପି ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ପଦ୍ମ ଚରଣ ଦାସ, ପ୍ରଧାନ ଆଚାର୍ଯ୍ୟ ଶିଶିର କୁମାର ମହାପାତ୍ର ଓ ଶିକ୍ଷା ବିକାଶ ସମିତି ର ଦକ୍ଷିଣ ସମ୍ଭାଗ ସଦସ୍ୟା ରିତା ରାଣୀ ମିଶ୍ର, ସର୍ବ ବ୍ୟବସ୍ଥା ପ୍ରମୁଖ ଭାବେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିଚାଳନା କମିଟି ର ସମ୍ପାଦକ ତୀର୍ଥ ବାସୀ ଘଡାଇ ପ୍ରମୁଖ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଉପସ୍ଥିତ ଛାତ୍ରୀ ମାନଙ୍କୁ ଶିକ୍ଷା ମାଧ୍ୟମରେ ଜଣେ ଉତ୍ତମ ବ୍ୟକ୍ତିତ୍ଵ ହାସଲ କରିପାରିବ, ଶିକ୍ଷା ହେଉଛି ଏକ ମାଇଲ ଖୁଣ୍ଟ, ଏହାକୁ ହାସଲ କରିବାକୁ ହେଲେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ଜିଜ୍ଞାସା ରହିବା ଆବଶ୍ୟକ ବୋଲି କହିଥିଲେ l ସମ୍ପାଦକ ଶ୍ରୀ ଘଡାଇ ଅତିଥି ମାନଙ୍କ ର ପରିଚୟ ପ୍ରଦାନ କରି ବାର୍ଷିକ ବିବରଣୀ ପଠନ କରିଥିଲେ। ପରେ ପରେ ବିଦ୍ୟାଳୟ ଛାତ୍ରୀଙ୍କ ଦ୍ଵାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେଇଥିଲା। ସମସ୍ତ କାର୍ଯ୍ୟରେ ଶିଶୁ ମନ୍ଦିର ର ଆଚାର୍ଯ୍ୟ ଆଚାର୍ଯ୍ୟା, ପରିଚାଳନା କମିଟୀ ସଦସ୍ୟ ଓ ଗ୍ରାମବାସୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫାଷ୍ଟ ନ୍ୟୁଜ ଓଡିଶା l

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ