ସିଏମ କିଷାନ ସହାୟତା ରାଶି ପ୍ରଦାନ:ଜିଲ୍ଲାର ୧ ଲକ୍ଷ ୩୩ ହଜାର ୭୧୭ ଜଣ ଚାଷୀ ଉପକୃତ ହେଲେ

Aug 28, 2025 - 10:48
 0  9
ସିଏମ କିଷାନ ସହାୟତା ରାଶି ପ୍ରଦାନ:ଜିଲ୍ଲାର ୧ ଲକ୍ଷ ୩୩ ହଜାର ୭୧୭ ଜଣ ଚାଷୀ ଉପକୃତ ହେଲେ

କୋରାପୁଟ,( ରଞ୍ଜିତ ନାୟକ ) ତା: ୨୭.୦୮.୨୦୨୫ ରିଖ: କୋରାପୁଟ କୃଷିଭିତ୍ତିକ ଗଣପର୍ବ ପବିତ୍ର ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ 'ସିଏମ କିଷାନ' ସହାୟତା ରାଶି ପ୍ରଦାନ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ! ୨୦୨୫-୨୬ ରବି ଋତୁରେ ପ୍ରାରମ୍ଭିକ କୃଷି କାର୍ଯ୍ୟ ପାଇଁ ପ୍ରଦାନ କରାଯାଇଥିବା ଏହି ସହାୟତା ଦ୍ୱାରା ରାଜ୍ୟରେ ପ୍ରାୟ ୫୧ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେଉଥିବା ବେଳେ କୋରାପୁଟ ଜିଲ୍ଲାର ୧ ଲକ୍ଷରୁ ଉର୍ଦ୍ଧ୍ବ ଚାଷୀ ଉପକୃତ ହୋଇଛନ୍ତି ! ଭୁବନେଶ୍ବର ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଡିବିଟି ମାଧ୍ୟମରେ ସହାୟତା ରାଶି ପ୍ରଦାନର ଶୁଭାରମ୍ଭ କରାଯାଇଛି ! ସ୍ଥାନୀୟ ସଦଭାବନା ସଭାଗୃହ ଠାରେ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ !କୋରାପୁଟ ଜିଲ୍ଲାର ୧୩୩୭୧୭ ଜଣ ଚାଷୀଙ୍କୁ ୨୬ କୋଟି ୭୪ ଲକ୍ଷ ୧୪ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି ! ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଗୋକୁଳ ଚନ୍ଦ୍ର ପ୍ରଧାନ ଯୋଗଦେଇ ପରିଚାଳନା କରିଥିଲେ ! କ୍ଷୁଦ୍ର ଓ ନାମମାତ୍ର ଚାଷୀ, ଭୂମିହୀନ କୃଷକ ପରିବାର ଏବଂ ବିଶେଷ ଭାବେ ଅନୁନ୍ନତ ଜନଜାତି ସମୂହଙ୍କ ସମେତ ସହରାଞ୍ଚଳ ଚାଷୀଙ୍କୁ ସିଏମ କିଷାନ ସହାୟତା ରାଶି ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି ! ରାଜ୍ୟ ସରକାରଙ୍କ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ଅଟେ ! ଏଥିରେ ଚାଷୀ ମାନେ ବର୍ଷକୁ ଦୁଇଟି କିସ୍ତିରେ ମୋଟ ୪ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପାଇବେ ! ଭୂମିହୀନ କୃଷକ ପରିବାରକୁ ୩ ଟି କିସ୍ତିରେ ୧୨ ହଜାର ୫୦୦ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବ ! କୋରାପୁଟ କୃଷି ବିଭାଗର ଅଧିକାରୀ ଏବଂ କର୍ମଚାରୀ ମାନେ ଯୋଗଦେଇ ପରିଚାଳନାରେ ସହଯୋଗ କରିଥିଲେ !

ନବରଙ୍ଗପୁର ଓ କୋରାପୁଟ ଜିଲ୍ଲା ପ୍ରତିନିଧି ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ