ସିନାପାଲିରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ୧୧୧ଟି ଅଭିଯୋଗର ଶୁଣାଣି, ରେଡକ୍ରସ ପାଣ୍ଠିରୁ ଦୁଇ ଜଣଙ୍କୁ ଆର୍ଥିକ ସହାୟତା
ନୂଆପଡ଼ା : ନୂଆପଡ଼ା ଜିଲ୍ଲାର ସିନାପାଲି ବ୍ଲକ ସଭାଗୃହରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ମଧୁସୂଦନ ଦାଶ ସିନାପାଲି ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ଲୋକମାନଙ୍କ ଅଭିଯୋଗ ଶୁଣାଣି କରାଯାଇଥିଲା। ଶିବିରରେ ମୋଟ ୧୧୧ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ଏଥିରେ ୮୬ଟି ବ୍ୟକ୍ତିଗତ ଓ ୨୫ଟି ଗୋଷ୍ଠୀଗତ ଅଭିଯୋଗ ରହିଥିଲା। ଜିଲ୍ଲାପାଳ ବିଭିନ୍ନ ଅଭିଯୋଗ ଶୁଣିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ନିୟମାନୁସାରେ ତ୍ୱରିତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ଅବସରରେ ରେଡକ୍ରସ ପାଣ୍ଠିରୁ ଭାନୁମତୀ ନାୟକଙ୍କୁ ୧୦ ହଜାର ଟଙ୍କା ଏବଂ ବେଣୁଧର ବୈଠାରୁଙ୍କୁ ୫ ହଜାର ଟଙ୍କାର ଆର୍ଥିକ ସହାୟତା ଚେକ୍ ପ୍ରଦାନ କରାଯାଇଥିଲା। ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରଞ୍ଜିତ ନାୟକ, ଡିଏଫ୍ଓ ଅଜିଜ୍ ଖାଁ, ଭାରପ୍ରାପ୍ତ ସିଡିଏମ୍ଓ ଡା. ଦ୍ୱାରିକାନାଥ ଶତପଥୀ, ଜିଲ୍ଲା ପରିଷଦ ସଭ୍ୟା ପୁଷ୍ପାଞ୍ଜଳି ଗୁଆଲ, ବ୍ଲକ ଉପାଧ୍ୟକ୍ଷା ମୀନା ଘିବେଲା, ବିଡିଓ କାର୍ମୀ ଓରାମ ଓ ଏସ୍ଡିପିଓ ଉପେନ୍ଦ୍ର ପ୍ରଧାନଙ୍କ ସମେତ ଜିଲ୍ଲା ଓ ବ୍ଲକସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଡେପୁଟି ଜିଲ୍ଲାପାଳ ଶେଖ୍ ନସୀମ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଜିଲ୍ଲାର ବିଭିନ୍ନ ଲାଇନ୍ ବିଭାଗର ଅଧିକାରୀମାନେ ଶିବିରରେ ଉପସ୍ଥିତ ରହି ଅଭିଯୋଗଗୁଡ଼ିକ ସମ୍ପର୍କରେ ଆବଶ୍ୟକ ତଥ୍ୟ ପ୍ରଦାନ କରିବା ସହ ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରିଥିଲେ। ଏହି ଅବସରରେ ବହୁ ସଂଖ୍ୟକ ସାଧାରଣ ଲୋକ ଓ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।
ନୂଆପଡ଼ାରୁ ବିଶ୍ୱନାଥ ସାମଲ
What's Your Reaction?
Like
0
Dislike
0
Love
0
Funny
0
Angry
0
Sad
0
Wow
0