।। ସେପ୍ଟେମ୍ବର ପ୍ରଥମ ସୋମବାରରେ ଅନୁଷ୍ଠିତ ହେଲା ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ।।

Sep 2, 2024 - 19:03
 0  13
।। ସେପ୍ଟେମ୍ବର ପ୍ରଥମ ସୋମବାରରେ ଅନୁଷ୍ଠିତ ହେଲା ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ।।

୧୪୧ଟି ଅଭିଯୋଗର ଶୁଣାଣି କଲେ ଜିଲ୍ଲାପାଳ, ଏବଂ ଆରକ୍ଷୀ ଅଧିକ୍ଷିକା;୫ଟି ଅଭିଯୋଗର ହେଲା ତତ୍କାଳ ସମାଧାନ ବାରିପଦା: ତା ୦୨.୦୯.୨୦୨୪ ରିଖ: ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମୟୂରଭଞ୍ଜ ଜ଼ିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ (ଭା. ପ୍ର.ସେ.), ଜିଲ୍ଲା ଆରକ୍ଷୀ ଅଧିକ୍ଷିକା ଶ୍ରୀମତୀ ଏସ. ସୁଶ୍ରୀ (ଭା.ପୋ.ସେ.) ,ମଙ୍ଗଳବାର ଦିନ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ହୋଇଥିବା ଜନଶୁଣାଣୀ ବୈଠକରେ ଯୋଗଦାନ କରି ବାରିପଦା ଉପଖଣ୍ଡର ୧୦ଟି ବ୍ଲକ ଏବଂ ସଦରମହକୁମାର ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଛନ୍ତି। ଏହି ଜନଶୁଣାଣୀ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକ (ଭା. ପ୍ର.ସେ.), ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଓ.ପ୍ର.ସେ.,(ବ), ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଓ.ପ୍ର.ସେ.,(ବ) ବାରିପଦା ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଈଶ୍ବର ଚନ୍ଦ୍ର ନାୟକ (ଓ.ପ୍ର.ସେ.)ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ହୋଇଥିଲା I ଏହି ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକ୍ଷକ, ଡାଃ ଅଭୟ କୁମାର ଦାଶ ଯୋଗଦେବା ସହ ଉପଖଣ୍ଡର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରଙ୍କ ସମେତ ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ I ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡ ଅନ୍ତର୍ଗତ ଚାରୋଟି ବ୍ଲକର ସର୍ବମୋଟ ୧୪୧ ଟି ଅଭିଯୋଗ ଶୁଣାଣି ହୋଇଥିଲା । ସମସ୍ତ ଅଭିଯୋଗ ମାନଙ୍କ ମଧ୍ୟରେ ମୁଖ୍ୟତଃ ଉପଖଣ୍ଡର ବିଭିନ୍ନ ସ୍ଥାନରେ ଜଳ ଯୋଗାଣ, ଜମି ସୀମାଙ୍କନ, ଜଙ୍ଗଲ ଜମି ପଟ୍ଟା ଆବଣ୍ଟନ ସ୍ୱାସ୍ଥ୍ୟଗତ ଏବଂ ଚିକିତ୍ସା ଜନିତ ଆବଶ୍ୟକ ସୁବିଧା ଗମନାଗମନ, ଭିନ୍ନକ୍ଷମଙ୍କ ସାମାଜିକ ସୁରକ୍ଷା, ବାସଗୃହ ଜନିତ ସମସ୍ୟା ଗୁଡ଼ିକ ସର୍ବାଧିକ ଥିଲା। ଉକ୍ତ ଅଭିଯୋଗ ମଧ୍ୟରୁ ୧୩୧ଟି ବ୍ୟକ୍ତିଗତ ସମସ୍ୟା ଥିବାବେଳେ, ୧୦ ଗୋଟି ସାମୁହିକ ସମସ୍ୟା ସମ୍ବଳିତ ବିଷୟରେ ଆଧାରିତ ଥିଲା I ସେଥିମଧ୍ୟରୁ ୫ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିବା ବେଳେ, ସର୍ବମୋଟ ୧ଜଣଙ୍କୁ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫,୦୦୦ ଟଙ୍କା ପ୍ରଦାନ କରାଯାଇଥିଲା। ତତ୍ସହିତ ରେଡ୍କ୍ରସ ପାଣ୍ଠିରୁ ଜଣଙ୍କୁ ୧୦,୦୦୦ ଟଙ୍କା ଅର୍ଥରାଶି ମଂଜୁର କରା ଯାଇଥିଲା I ଆଜିର ଶୁଣାଣୀରେ ବିଭିନ୍ନ ବିଭାଗ ପାଇଁ ଆସିଥିବା ଅଭିଯୋଗ ଗୁଡିକ ମଧ୍ୟରେ ସରକାରଙ୍କର ବିଭିନ୍ନ ଯୋଜନା ଅନୁଯାୟୀ ଆବାସ ସହାୟତା, ଜଳ ନିଷ୍କାସନ ବ୍ୟବସ୍ଥା ଆଦି ଅଭିଯୋଗ ଗୁଡିକ ଉପରେ ବିଚାର କରି ତାର ସମାଧାନ ନିମନ୍ତେ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ I ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅନ୍ୟାନ୍ୟ କର୍ମଚାରୀ ପ୍ରମୁଖ ସହଯୋଗ କରିଥିବାର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଅବିନାଶ ପାଣିଙ୍କ ଠାରୁ ପ୍ରକାଶ I

ମୟୂରଭଞ୍ଜ, ବାରିପଦାରୁ -ଗୌର ଦାସଗିରି

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ