ସ୍ୱାମୀ ବିବେକାନନ୍ଦ ଯୋଗ ରିସର୍ଚ୍ଚ ସେଣ୍ଟରର ବାର୍ଷିକ ଉତ୍ସବ ଅନୁଷ୍ଠିତ

Jan 12, 2026 - 18:54
 0  54
ସ୍ୱାମୀ ବିବେକାନନ୍ଦ ଯୋଗ ରିସର୍ଚ୍ଚ ସେଣ୍ଟରର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବାରିପଦା - ତା :- ୧୨/୦୧/୨୦୨୫ ରିଖ ସ୍ଥାନୀୟ ବାରିପଦା ଷ୍ଟାଡିୟମ ପରିସରରେ ଜାତୀୟ ଯୁବ ଦିବସ ଅବସରରେ ସ୍ୱାମୀ ବିବେକାନନ୍ଦ ଯୋଗ ରିସର୍ଚ୍ଚ ସେଣ୍ଟରର ୨୦ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ରାଜ୍ୟ ତଥା ଜାତୀୟ ସ୍ତରରେ କୃତିତ୍ୱ ହାସଲ କରିଥିବା ୨୭ ଜଣଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା I ତତସହିତ ବିଦ୍ୟାଳୟ ସ୍ତରୀୟ ସଂଗୀତ, ଚିତ୍ରାଙ୍କନ, ପ୍ରବନ୍ଧ ଓ ବକ୍ତୃତା ପ୍ରତିଯୋଗିତା କରାଯାଇ ୪୨ ଜଣ କୃତୀ ଛାତ୍ରଛାତ୍ରୀଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା I ଅନୁଷ୍ଠାନର ପ୍ରତିଷ୍ଠାତା ଜ୍ୟୋତିରଞ୍ଜନ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ଯୋଗଦେଇ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଭାଗିରଥି ମଲ୍ଲିକ, ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ଉପ ସଭାପତି ବିବେକାନନ୍ଦ ପଟ୍ଟନାୟକ, ସାଧାରଣ ସମ୍ପାଦକ ବିଜୟ କୁମାର ଦାସ, ବରିଷ୍ଠ ସଦସ୍ୟ ମଣ୍ଟୁ ଦା, ଗଣମାଧ୍ୟମ ସଂଯୋଜକ ସୋମନାଥ ସିଂହ ଓ ଯୋଗ ଗୁରୁ ରାକେଶ ମହାନ୍ତ ଯୋଗର ଉପକାରିତା ଉପରେ ଆଲୋକପାତ କରିବା ସହ ପୁରସ୍କାର ବିତରଣ କରିଥିଲେ I ସୁଚିସ୍ମିତା ଦାସ, ରଂଜିତା ଦାସ, ଅର୍ଚନା ଦାସ ଓ ଅସିମା କୁଣ୍ଡୁ ବିଭିନ୍ନ ପ୍ରତିଯୋଗିତାରେ ବିଚାରକ ଭାବେ କାର୍ଯ୍ୟ ତୁଲାଇଥିଲେ I

What's Your Reaction?

Like Like 2
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 1
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ